ହାଲୁକା ଶୀତ ସହ ଘନ କୁହୁଡିରେ ଆକ୍ତାମାକ୍ତା ଜନଜୀବନ । ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଖୋର୍ଦ୍ଧା ସମେତ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, କୋରାପୁଟ, ରାୟଗଡା, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଏବଂ ମୟୂରଭଞ୍ଜକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ୧୯ଟି ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ମେଘମୁକ୍ତ ଆକାଶ ରହିଥିବା ବେଳେ ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଦୁଇଦିନ ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ହାଡଭଙ୍ଗା ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଘନ କୁହୁଡିର ମୁକାବିଲା କରିବା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ପୋଲିସ ଏବଂ ପରିବହନ କମିଶନରଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ପାଟ୍ରୋଲିଂ ବଢାଇବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା