କୋଭିଡ-୧୯ ପାଇଁ ଆସିବ ନୂଆ ଗାଇଡଲାଇନ । ଦେଶ ଓ ରାଜ୍ୟରେ କୋଭିଡ ସ୍ଥିତି ବଢ଼ୁଥିବାରୁ ଅଧିକ ତତ୍ପରତା ପ୍ରକାଶ କରିଛି ସ୍ବାସ୍ଥ୍ୟ ବିଭାଗ । ସୋମବାର କରୋନା ପାଇଁ ବସିବ ଉଚ୍ଚସ୍ତରୀୟ ବୈଠକ । ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ସୋମବାର ଅପରାହ୍ନ ୪ଟାରେ ବୈଠକ ବସିବ । ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଆରଏମଆରସି ନିର୍ଦ୍ଦେଶିକା ସଂଘମିତ୍ରା ପତି ଯୋଗଦେବେ । ହଠାତ କରୋନା ଗ୍ରାଫ ବୃଦ୍ଧିକୁ ନେଇ ସତର୍କ ହୋଇଛି ସ୍ବାସ୍ଥ୍ୟ ବିଭାଗ । ବିଭିନ୍ନ ରାଜ୍ୟରେ କରୋନାର ସ୍ଥିତି ଓ ମୁକାବିଲା ପ୍ଲାନକୁ ନେଇ ଆଲୋଚନା ହେବ । ଏପଟେ ଓଡ଼ିଶାରେ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି । ସର୍ଭେଲାନ୍ସ, ଟ୍ରାକିଂ ଓ ଟେଷ୍ଟିଂକୁ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା