କ୍ଷେପଣାସ୍ତ୍ର ମାଡ ଦ୍ବାରା ସ୍ପାଏ ବେଲୁନ ନଷ୍ଟ

ଚୀନର ସ୍ପାଏ ବେଲୁନକୁ କ୍ଷେପଣାସ୍ତ୍ର ମାଡ କରି ନଷ୍ଟ କରିଛି ଆମେରିକା ସେନା । ସପ୍ତାହେ ତଳେ ଆମେରିକା ଆକାଶରେ ଦେଖା ଦେଇଥିବା ଏହି ପର୍ଯ୍ୟବେକ୍ଷଣକାରୀ ବେଲୁନ୍‌ଟି ସମଗ୍ର ଉତ୍ତର ଆମେରିକାରେ ଥିବା ଗୁରୁତ୍ୱପୂର୍ଣ୍ଣ ସାମରିକ ସ୍ଥଳୀଗୁଡ଼ିକୁ ପର୍ଯ୍ୟବେକ୍ଷଣ କରୁଥିଲା ବୋଲି ଆମେରିକା କହିଛି । ବାଇଡେନ୍‌ କହିଛନ୍ତି, ବେଲୁନ୍‌ଟିକୁ ବିସ୍ଫୋରକ ମାରି ଖସାଇ ଦେବାଲାଗି ବୁଧବାର ଦିନ ସେ ଆଦେଶ ଜାରି କରିଥିଲେ । କିନ୍ତୁ, ତିନୋଟି ବସ୍‌ର ସମୁଦାୟ ଆକାର ଭଳି ଉକ୍ତ ପ୍ରକାଣ୍ଡ ବେଲୁନ୍‌ଟି ସ୍ଥଳଭାଗ ଉପରେ ଥିବାରୁ ବିସ୍ଫୋରଣ ପରେ ତାହାର ଭଗ୍ନାଂଶଗୁଡ଼ିକ ଜନବସତି ଅଞ୍ଚଳରେ ପଡ଼ି ଅନିଷ୍ଟ କରିବାର ଆଶଙ୍କା ଥିବା ଦର୍ଶାଇ ପେଣ୍ଟାଗନ୍‌ କହିଥିଲା କି, ବେଲୁନ୍‌ଟି ସମୁଦ୍ର ଉପର ଆକାଶକୁ ଗଲେ ଯାହା କିଛି କରାଯିବ । ଏବେ ସେମାନେ ତାହାକୁ ଖସାଇବାରେ ସଫଳ ହୋଇଛନ୍ତି ।

SHARE BY