ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ । ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ହୀରାକୁଦର ଗେଟ୍ ନମ୍ବର ୭ ଜରିଆରେ ଛଡାଯାଇଛି ବନ୍ୟାଜଳ । ପର୍ଯ୍ୟାୟକ୍ରମେ ଅନ୍ୟ ସବୁ ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାରରେ ୬୧୩.୧୫ ଫୁଟ୍ ଜଳ ରହିଛି । ତେବେ ଛତିଶଗଡରେ ବର୍ଷା କମି ଯାଇଥିବା ବେଳେ ଜଳଭଣ୍ଡାରକୁ ପ୍ରାୟ ୧ ଲକ୍ଷ ୫ ହଜାର କ୍ୟୁସେକ୍ ପାଣି ଆସିବା ନେଇ ସିଡବ୍ଲୁସି ଆକଳନ କରିଛି । ଏହାଛଡା ପାୱାର୍ ଚ୍ୟାନେଲ, ବିଭିନ୍ନ କେନାଲ ଏବଂ ଶିଳ୍ପ ଜଳଯୋଗାଣ ଆଦି ମିଶି ଯେତିକି ପାଣି ଉପରମୁଣ୍ଡରୁ ଆସିବ । ତେଣୁ ସବୁ ଜଳ ନିଷ୍କାସନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ସୂଚନା ଦେଇଥିଲେ । ଏବେ ଜଳଭଣ୍ଡାରର ପ୍ରଥମ ବନ୍ୟାଜଳ ଛଡାଯାଇଛି । ଯାହାଫଳରେ ବନ୍ଧ ତଳ ପଟକୁ ନଯିବାକୁ ସତର୍କ ସୂଚନା ଜାରି କରାଯାଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ