ସିଆଇଏସଏଫ ଯବାନଙ୍କ ଆତ୍ମହତ୍ୟା । ରାଉରକେଲା ସିଆଇଏସଏଫ କ୍ୟାମ୍ପସ ପରିସରରେ ଏକ ଗଛରୁ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଜାମ୍ମୁ କାଶ୍ମୀର କାଠୁଆ ଅଞ୍ଚଳର ୩୧ ବର୍ଷୀୟ ସାହିଲ କୁମାର । ତେବେ ଆସନ୍ତା ଫେବ୍ରୁଆରୀ ୨ ତାରିଖରେ ସାହିଲଙ୍କ ବିବାହ ତାରିଖ ଠିକ୍ ହୋଇଥିଲା। କିଛିଦିନ ତଳେ ସେ ନିର୍ବନ୍ଧ ସାରି ପୁଣି ରାଉରକେଲା ଫେରି କାର୍ଯ୍ୟରେ ଯୋଗଦେଇଥିଲେ। ଆଜି ସକାଳୁ ଗଛରେ ଝୁଲନ୍ତା ମୃତଦେହ ଦେଖି ପୋଲିସକୁ ଖବର ଦିଆଯାଇଥିଲା। ପ୍ଲାଣ୍ଟ ସାଇଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯବାନ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କେଉଁ କାରଣ ପାଇଁ ସେ ଆତ୍ମହତ୍ୟା କଲେ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ