The Topmost

“The eyes believe themselves, the ears believe other people.”

ଗ୍ରୀଷ୍ମ ପ୍ରବାହ ପାଇଁ ୬ ଜିଲ୍ଲାକୁ ହିଟଓ୍ବେଭ୍ ଆଲର୍ଟ ଜାରି

ଆଜି ମଧ୍ୟ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୬ ଜିଲ୍ଲାକୁ ହିଟଓ୍ବେଭ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଏବଂ ଦେବଗଡ ଜିଲ୍ଲାରେ ହଟ ଓ୍ବେଦର କଣ୍ଡିସନ ରହିବ। ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ସେପଟେ କାଲିଠୁ ତାତିରେ ଲାଗିବ ବ୍ରେକ୍ । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଗରମ ଶୁଷ୍କ ବାୟୁର ପ୍ରଭାବ କମିଛି। ଏହାସହ ଏକ ନିମ୍ନ ଚାପରେଖା ସୃଷ୍ଟି ହୋଇଛି । ପ୍ରଭାବରେ ତାତିରେ ବ୍ରେକ୍ ଲାଗିବା ସହ ପୁଣି କାଳବୈଶାଖୀ ବର୍ଷା ଜାରି ରହିବ । ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିପାଇଁ ୨୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।