ରାଜ୍ୟରେ କୋହଲା ପାଗ ଜାରି ରହିଥିବା ବେଳେ ଆଜି କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଅନ୍ୟପଟେ ଢେଙ୍କାନାଳ, କଟକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନ ମଧ୍ୟ ବହିବ। ଅବଶିଷ୍ଟ ଓଡ଼ିଶାର ପାଗ କୋହଲା ରହିବ । ରାଜ୍ୟରେ ୨୦ ତାରିଖ ଯାଏ ଏହିପରି ପାଗ ଜାରି ରହିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି