The Topmost

“The eyes believe themselves, the ears believe other people.”

ଚତୁର୍ଥ ଦିନରେ ବିଧାନସଭା ମୌସୁମୀ ଅଧିବେଶନ

ଆଜି ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ଆଜି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗର ରହିଛି ପ୍ରଶ୍ନକାଳ । କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ରହିଛି । ସେହିପରି ଶୂନ୍ୟ କାଳରେ ହାତୀ ମୃତ୍ୟୁ, ଆଇନ ଶୃଙ୍ଖଳା ପରିସ୍ଥିତି, ଚାଷୀ ସମସ୍ୟା, ସୀମା ବିବାଦ ଓ ଜଳ ବିବାଦ ଭଳି ପ୍ରସଙ୍ଗ ଉଠିପାରେ । ଏହା ପରେ ବିରୋଧୀ ବିଜେପି ପକ୍ଷରୁ ଦିଆଯାଇଥିବା ମୁଲତବୀ ପ୍ରସ୍ତାବ ପ୍ରସଙ୍ଗରେ ଆଲୋଚନା ହେବ । ଅପରାହ୍ନରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଉପରେ ଆଲୋଚନା ହେବ ।