ଚଳିତ ବର୍ଷ ରାଜ୍ୟକୁ ବିଳମ୍ବରେ ଆସିବ ଶୀତ । ଅକ୍ଟୋବର ମାସରେ ରାଜ୍ୟରେ ସ୍ୱାବାଭିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ଶୀତ ବିଳମ୍ବରେ ଆସିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ଅକ୍ଟୋବର ମାସରେ ଉପକୂଳ ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ । ଉପକୂଳବର୍ତ୍ତୀ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଉଭୟ ଅକ୍ଟୋବର ଓ ନଭେମ୍ବରରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ । ଫଳରେ ରାଜ୍ୟକୁ ଶୀତ ବିଳମ୍ବରେ ଆସିବ । ତେବେ ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ସେପଟେ ଆସନ୍ତା ୧୮ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉଏକ ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା