ଚାକିରି ଲାଗି ଜମି ଦୁର୍ନୀତି ମାମଲା । ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଆଜି ଜେରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏନେଇ ତେଜସ୍ବୀଙ୍କୁ ଜାରି ହୋଇଛି ସମନ । କିଛି ଦିନ ତଳେ ପାଟନା, ମୁମ୍ବାଇ, ଦିଲ୍ଲୀ, ରାଞ୍ଚିର ୨୪ଟି ସ୍ଥାନରେ କରାଯାଇଥିବା ରେଡରୁ ମିଳିଥିଲା ବିପୁଳ ଟଙ୍କା, ସୁନା ଓ ଦସ୍ତାବିଜ । ପୂର୍ବରୁ ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଓ ପତ୍ନୀ ରାବଡି ଦେବୀଙ୍କୁ ବି ପଚରାଉଚରା କରିଥିଲା ସିବିଆଇ । ଏହି ମାମଲାରେ ଲାଲୁ ପ୍ରସାଦ, ରାବଡି ଦେବୀ, ଦୁଇ କନ୍ୟା ମିସା ଭାରତୀ ଓ ଅନ୍ୟମାନଙ୍କ ନାମ ରହିଛି । ସିବିଆଇର ଅଭିଯୋଗ କ୍ରମେ ୨୦୦୪ରୁ ୨୦୦୯ ଲାଲୁ ପ୍ରସାଦ ଯାଦବ ରେଳମନ୍ତ୍ରୀ ଥିବାବେଳେ ଏହି ଦୁର୍ନୀତି ଘଟିଥିଲା ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ