ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନିତି । ଚାରି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ଵିତୀୟ ଭୋଗମଣ୍ଡପ ନିତି ବଢିବା ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ରଙ୍ଗ ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି । ତେବେ ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଅପରାହ୍ନ ୫ ଟାରୁ ରାତ୍ର ୯ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି