ଆଜି ହୀରାକୁଦରେ ପହଞ୍ଚିବେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ । ଛତିଶଗଡ଼ ପରେ ଓଡ଼ିଶାରେ ପହଞ୍ଚିବେ ଟିମ୍ । ଦ୍ବିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନରେ ହୀରାକୁଦ ବୁଲିବ ଟିମ୍ । ଆଜି ଏନେଇ ଅଶୋକ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ । ପରେ ହୀରାକୁଦ ଡ୍ୟାମ୍ ବୁଲିବ ଟ୍ରିବୁନାଲ । ଏହି ଟିମ୍ ୨୩ ତାରିଖ ପର୍ଯ୍ୟନ୍ତ ହୀରାକୁଦ ଡ୍ୟାମ୍ ଓ ମହାନଦୀ ଆୟାକଟ୍ ଅଞ୍ଚଳ ବୁଲି ଦେଖିବେ । ୨୪ ତାରିଖରେ ଟ୍ରିବ୍ୟୁନାଲ ଭୁବନେଶ୍ବର ଆସିବେ । ୨୫ ତାରିଖରେ ବିଶ୍ରାମ କରିବା ପରେ ୨୬ରୁ ୨୮ ପର୍ଯ୍ୟନ୍ତ କଟକସ୍ଥିତ ନରାଜ, ମୁଣ୍ଡୁଳୀ, ଅଂଶୁପା ଓ ଚିଲିକା ହ୍ରଦ ବୁଲି ଦେଖିବା କାର୍ଯ୍ୟକ୍ରମ ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା