ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟର ସବୁ କଲେଜ, ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ଓ୍ବାଇଫାଇ ଓ ଓ୍ବାନ ଜିବି ଡାଟା। ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ। ମାଗଣା ଓ୍ବାନ ଜିବି ଡାଟା ଯୋଗାଇବା ପାଇଁ ଇଲୋକ୍ଟ୍ରୋନିକ୍ସ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ କାର୍ଯ୍ୟ କରିବ। ସେହିପରି ପଛୁଆ ବ୍ଲକରେ ବିଜ୍ଞାନ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଯୋଜନା କରୁଛନ୍ତି ରାଜ୍ୟ ସରକାର।୨୦୦୦ ମସିହାରେ ରାଜ୍ୟରେ ମାତ୍ର ୫୪୮ ଯୁକ୍ତ ତିନି କଲେଜ ଥିଲା, ଏବେ ଏହା ୧୦୨୪ରେ ପହଞ୍ଚିଛି। ସେହିପରି ବିଶ୍ଵବିଦ୍ୟାଳୟ ୬ରୁ ୨୫ରେ ପହଞ୍ଚିଛି। ୨୦୦୦ ମସିହାରେ ୩.୨ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ତିନିରେ ନାଁ ଲେଖାଇ ଥିବା ବେଳେ ୨୦୨୩ରେ ଏହା ୬.୫ ଲକ୍ଷ ହୋଇଛି। ଖୁବ ଶୀଘ୍ର ଷ୍ଟୁଡେଣ୍ଟ ସ୍ପୋର୍ଟସ ପଲିସି ଓ ଷ୍ଟୁଡେଣ୍ଟ ଷ୍ଟାର୍ଟ ଅପ ନୀତି ଆରମ୍ଭ ହେବ ।ଉଚ୍ଚଶିକ୍ଷା ବିଭାଗର ରିପୋର୍ଟ କାର୍ଡ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ