The Topmost

“The eyes believe themselves, the ears believe other people.”

ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

ଆଜିଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ । ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ । ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ । ସଂସ୍କୃତି କ୍ଷେତ୍ରରେ ଦେଖା ଦେଇଥିବା ଗମ୍ଭୀର ସମସ୍ୟା ଉପରେ ବିଚାରବିମର୍ଶ କରିବା ଲାଗି ଏହି ବୈଠକ ଏକ ମଞ୍ଚ ଯୋଗାଇ ଦେବ । ଏହାପୂର୍ବରୁ ମଧ୍ୟପ୍ରଦେଶର ଖଜୁରୋହୋଠାରେ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଆୟୋଜିତ ହୋଇଥିଲା। ଏହାପରେ ଦୁଇମାସ ଧରି ବିଶେଷଜ୍ଞମାନଙ୍କ ଦ୍ୱାରା ବୈଶ୍ୱିକ ବିଷୟବସ୍ତୁ ଉପରେ ଆଧାରିତ ୱେବିନାରରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା ।

SHARE BY