ଆସନ୍ତା ୧୯ ତାରିଖରୁ ଯୁକ୍ତ ତିନି ପାଇଁ ଆବଦେନ କରିବେ ଛାତ୍ରଛାତ୍ରୀ । ୧୯ରୁ ଜୁଲାଇ ୪ ଯାଏ ଅନଲାଇନରେ ଆବେଦନ କରିବାର ସୁଯୋଗ ରହିଛି । ଜୁଲାଇ ୧୪ରେ ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । ଜୁଲାଇ ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ଓ ଅଗଷ୍ଟ ୩ରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବା ପରେ ସେପ୍ଟେମ୍ବର ୧ରେ ପଞ୍ଚମ ଓ ସେପ୍ଟେମ୍ବର ୧୩ରେ ଷଷ୍ଠ ମେଧା ତାଲିକା ପ୍ରକାଶ ପାଇବା ନେଇ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ କରିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ