ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଉପରେ ଚଡକ । ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାୟକ ପଦ ରଦ୍ଦ କରିଛନ୍ତି ନିର୍ବାଚନ ଆୟୋଗ । ଏନେଇ ନିର୍ବାଚନ ଆୟୋଗ ଝାଡଖଣ୍ଡ ରାଜ୍ୟପାଳଙ୍କୁ ଏକ ଚିଠି ଲେଖିଛନ୍ତି । ଯେଉଁଥିରେ କି ସୋରେନ ନିର୍ବାଚନ ମାନଦଣ୍ଡ ଉଲଙ୍ଘନ କରିଥିବାରୁ ତାଙ୍କ ବିଧାୟକ ପଦ ରଦ୍ଦ ହୋଇଥିବା ଉଲ୍ଲେଖ ରହିଛି । ହେଲେ ନିର୍ବାଚନ ଲଢିବା ନେଇ ହେମନ୍ତଙ୍କ ଉପରେ କୌଣସି ପ୍ରତିବନ୍ଧକ ଲଗାଇ ନାହାଁନ୍ତି ନିର୍ବାଚନ ଆୟୋଗ । ଏଭଳି ଭାବେ ଅଯୋଗ୍ୟ ଘୋଷିତ ହେବା ପରେ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନିଶ୍ଚିନ୍ତ ହୋଇଯାଇଛି । ହେଲେ ସେ ପୁଣି ନିର୍ବାଚନ ଲଢି ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ତାଙ୍କ ପାଖରେ ରହିଛି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ