ଟୋକିଓର ଓକୁରାରେ ଆଜି ଆୟୋଜିତ ହେବ ଓଡ଼ିଶା ବିଜନେସ ମିଟ୍ ୨୦୨୩ । ଏହାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଜାପାନ ଓ ଭାରତୀୟ ଉପ ମହାସାଗରୀୟ ଅଞ୍ଚଳର ୨ଶହରୁ ଅଧିକ ଶିଳ୍ପପତି, ବ୍ୟବସାୟୀ ଓ ନିବେଶକ ଯୋଗ ଦେବେ । ଓଡ଼ିଶାରେ ନିବେଶ ପାଇଁ ରହିଥିବା ଅପାର ସୁଯୋଗ ଓ ରାଜ୍ୟ ସରକାରଙ୍କର ଉତ୍ତମ ଶିଳ୍ପନୀତି ସମ୍ପର୍କରେ ବୁଝାଇବେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ନିବେଶ କରିବାକୁ ପୁଞ୍ଜିପତିଙ୍କୁ କରିବେ ନିମନ୍ତ୍ରଣ । ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଜାପାନରେ ଅବସ୍ଥାପିତ ପ୍ରବାସୀ ଓଡ଼ିଆଙ୍କ ସହ ଆଲୋଚନା କରିବା ସହ ନୈଶ୍ୟ ଭୋଜିରେ ସାମିଲ ହେବେ । ଆସନ୍ତାକାଲି ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ନିପନ ଷ୍ଟିଲ କର୍ପୋରେସନର କିମିସୁ ଷ୍ଟିଲ ୱାର୍କସ ସେଣ୍ଟର ପରିଦର୍ଶନ କରିବେ । ଏହାସହ ମେଟାଲ, ଆଇଟି, ପର୍ଯ୍ୟଟନ, ଆଲୁମିନିୟମ, ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ଓ ଗ୍ରୀନ୍ ହାଇଡ୍ରୋଜେନ୍ କ୍ଷେତ୍ରର ହବ୍ ମଧ୍ୟ ବୁଲିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା