ମାର୍ଚ୍ଚ ୫ରୁ ଡାକୋଟାକୁ ଦେଖି ପାରିବେ ସର୍ବସାଧାରଣ ଲୋକେ । ଏହି ଦିନ ବିଜୁ ପଟ୍ଟନାୟକଙ୍କ ଜନ୍ମତିଥିରେ ଡାକୋଟାକୁ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନାବରଣ କରିବେ । ଏନେଇ ସୂଚନା ଦେଇଛନ୍ତି ଏରୋସ୍ପେସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ସେଣ୍ଟରର ମହାପ୍ରବନ୍ଧକ ଦେବାଶିଷ ମହାନ୍ତି । ଏନେଇ ସଜେଇ ହେଉଛି ବିଜୁ ବାବୁଙ୍କ ପ୍ରିୟ ବିମାନ ଡାକୋଟା । ବିମାନବନ୍ଦର ଟର୍ମିନାଲ ଓ୍ବାନ୍ ସାମ୍ନାକୁ ଆସିଲାଣି ଡାକୋଟା । ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରିୟ ବିମାନ ଡାକୋଟାର ବିଭିନ୍ନ ଅଂଶର ଖଞ୍ଜାଖଞ୍ଜି କାମ ନିର୍ଦ୍ଧାରିତ ସମୟରେ ଶେଷ ହୋଇଛି । ଏବେ ଡାକୋଟାର ପ୍ରଥମ ଚକା ସଂଲଗ୍ନ ବେସ୍ଅଂଶକୁ ଆଣି ଟର୍ମିନାଲ ପ୍ଲାଟଫର୍ମ ଉପରେ ରଖାଯାଇଛି । ଆଜି ବିଳମ୍ବିତ ରାତିରେ ୨ଟି ଡେଣା ଓ ମୁଖ୍ୟଅଂଶ କକପିଟକୁ ଅଣାଯିବ । ତେବେ ୩ ତାରିଖ ସୁଦ୍ଧା ଖଞ୍ଜାଖଞ୍ଜି କାମ ସମ୍ପୂର୍ଣ୍ଣ ଶେଷ ହେବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍