ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ସହରାଞ୍ଚଳର ଦୈନନ୍ଦିନ ଜୀବନରେ ଡେଲିଭରୀ ବୟ ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ । ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ । ଓଡିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷକରି ବିଜୟୀ ହୋଇଛନ୍ତି ତାହା ଖୁବ ନିଖୁଣଭାବରେ ପ୍ରଦର୍ଶିତ ହୋଇଛି । ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି । ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କଉପରେ ସକାରାତ୍ମକ ପ୍ରଭାବ ପଡିବାର ଆଶା ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା