The Topmost

“The eyes believe themselves, the ears believe other people.”

ତାମିଲନାଡ଼ୁ ଉପକୂଳରେ ପ୍ରବଳ ବର୍ଷା ପବନ

ବିଳମ୍ବିତ ରାତିରେ ଚେନ୍ନାଇ ମାଲାପୁରମ ନିକଟରେ ଲାଣ୍ଡଫଲ କଲା ମାଣ୍ଡୋସ । ସାମୁଦ୍ରିକ ଝଡ ମାଣ୍ଡୋସ ପ୍ରଭାବରେ ତାମିଲନାଡୁ ଉପକୂଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ଜାରି ରହିଛି । ଏହା ପ୍ରଭାବରେ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବୋହୁଛି । ୩ ଘଣ୍ଟା ଭିତରେ ୬୫ରୁ ଅଧିକ ବଡ଼ ବଡ଼ ଗଛ ଭାଙ୍ଗି ପଡ଼ିଛି । ବର୍ଷା ଯୋଗୁଁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ସାମୁଦ୍ରିକ ଝଡ ମାଣ୍ଡୋସ ସ୍ଥଳଭାଗ ଛୁଇଁବା ପରେ ଧିରେ ଧିରେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ତିରୁଭାଲୁର, ଚେନ୍ନାଇ, ଚେଙ୍ଗଲାପାଟୁ, କାଞ୍ଚିପୁରମ ଜିଲ୍ଲାରେ ଭୀଷଣ ବର୍ଷା ସହ ଜୋରରେ ପବନ ବୋହୁଛି । ପ୍ରଶାସନ ପକ୍ଷରୁ ବାତ୍ୟା ଦୁର୍ବଳ ନହେବା ଯାଏଁ ଲୋକଙ୍କୁ ଘରୁ ନାବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।