ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ପୁରୀ ସମେତ ଜଗତସିଂହପୁର ଏବଂ ଗଞ୍ଜାମରେ ବି ହାଲୁକା ବର୍ଷା ହୋଇଛି । ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ପବନ ପ୍ରଭାବରେ ଏଭଳି ପାଗ ଜାରି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଏବଂ ପାହାଡିଆ ଅଞ୍ଚଳରେ ସ୍ବାଭାବିକ ଠାରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ଅଛି ପାରଦ । ୪ ଦିନ ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା