The Topmost

“The eyes believe themselves, the ears believe other people.”

ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ !

ଉତ୍ତରାଖଣ୍ଡର ହଲଦ୍ୱାନୀର ବନଭୁଲପୁରାରେ ବିଗିଡ଼ିବାରେ ଲାଗିଛି ଆଇନ ଶୃଙ୍ଖଳା ସ୍ଥିତି । ଦଙ୍ଗା ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ୫୦ରୁ ଅଧିକ ପୋଲିସ କର୍ମୀ ଗୁରୁତର ହୋଇଛନ୍ତି । ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ଏକ ମଦ୍ରାସାକୁ ଭାଙ୍ଗିବା ପାଇଁ ସରକାରୀ ଅଧିକାରୀମାନେ ଯାଇଥିବା ବେଳେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଆଇନ ଶୃଙ୍ଖଳା ସ୍ଥିତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତା’ ସହିତ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି । ହିଂସାକାଣ୍ଡକୁ ଦୃଷ୍ଟିରେ ରଖି ଆଜି ହଲଦ୍ୱାନୀର ସମସ୍ତ ସ୍କୁଲ୍ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମଦ୍ରାସା ଭାଙ୍ଗିବାକୁ ଯାଇଥିବା ପ୍ରଶାସନିକ ଟିମ୍ ଓ ପୋଲିସ୍ ଉପରକୁ ଆଖପାଖରେ ରହୁଥିବା ଲୋକେ ପଥର ମାଡ଼ କରିଥିଲେ । ଜେସିବି ଦ୍ୱାରା ମଦ୍ରାସାକୁ ଭାଙ୍ଗିବା କାର୍ଯ୍ୟ ଆରମ୍ଭ କରାଯିବା ମାତ୍ରେ ହୋଇଥିଲା ପଥର ମାଡ଼ । ଦୂରରୁ ଥାଇ ଲୋକେ ପଥର ଫିଙ୍ଗି ଥିଲେ । ପରେ ସେମାନେ ସେଠାରେ ଥିବା ଗାଡ଼ି ମୋଟର ଗୁଡ଼ିକୁ ଭଙ୍ଗାରୁଜା କରିବା ସହିତ ସେଗୁଡ଼ିକରେ ନିଆଁ ଲଗାଇ ଦେଇଥିଲେ । ପୋଲିସ୍ ଗାଡ଼ିରେ ମଧ୍ୟ ସେମାନେ ନିଆଁ ଲଗାଇ ଦେଇଥିଲେ । ଲୋକଙ୍କ ପଥର ମାଡ଼ରେ ୫୦ରୁ ଅଧିକ ପୋଲିସ୍ କର୍ମଚାରୀ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ଆହତ ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେହିପରି କିଛି ଗଣମାଧ୍ୟମ ପ୍ରତିନିଧି ମଧ୍ୟ ଆହତ ହୋଇଛନ୍ତି ।