ରାଜଧାନୀ ଦିଲ୍ଲୀରେ ଚାଞ୍ଚଲ୍ୟ । ଦିନ ଦ୍ଵିପ୍ରହରରେ ଯୁବତୀଙ୍କ ଉପରେ ଏସିଡ ଆକ୍ରମଣ । ଏଭଳି ଘଟଣା ଦେଖିବାକୁ ମିଳିଛି ଦିଲ୍ଲୀର ଦ୍ବାରକାଠାରେ । ପୀଡିତାଙ୍କୁ ଗୁରୁତର ଅବସ୍ଥାରେ ସଫଦରଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ଏସିଡ୍ ଆକ୍ରମଣର ଏହି ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଏହାଛଡା ଏସିଡ ଆକ୍ରମଣର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି । ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବୟାନ ସାମ୍ନାକୁ ଆସିଛି । ସେ କହିଛନ୍ତି, ‘ଏହାକୁ ଆଦୌ ବରଦାସ୍ତ କରାଯିବ ନାହିଁ । ଅପରାଧୀଙ୍କୁ କଠୋର ଦଣ୍ଡ ମିଳିବା ଉଚିତ୍ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ