ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି । ବିନା ବାଧାରେ ଗୃହ ଚାଲିବା ପାଇଁ ବୈଠକରେ ଆଲୋଚନା ହୋଇ ଥିବାବେଳେ ଦିନକୁ ୬ ଘଣ୍ଟା ଗୃହ ଚାଲିବ ବୋଲି ନିଷ୍ପତ୍ତି ହୋଇଛି । ତେବେ ଦୁଇଟି ପର୍ଯ୍ୟାୟରେ ଚାଲିବ ଗୃହ କାର୍ଯ୍ୟ । ପ୍ରଥମ ପର୍ଯ୍ୟାୟ ସାଢେ଼ ୧୦ରୁ ସାଢେ ଗୋଟାଏ ଓ ଦ୍ୱିତୀୟ ପର୍ଯ୍ୟାୟ ଅପରାହ୍ନ ୪ ଟାରୁ ୬ ଟା ପରିବର୍ତ୍ତେ ୭ଟା ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ହୋଇଛି । ଜୁଲାଇ ୨ରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ମୋଟ ୨୪ଟି କାର୍ଯ୍ୟଦିବସରେ ଚାଲିବ ବିଧାନସଭା । ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ । ଏବଂ ଜୁଲାଇ ୩୦ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଧେୟକ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍