କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ପୋଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ । ପୂର୍ବରୁ ସେ ପୁରୀ ଏସ୍ପି, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା