ନକଲି ବିଶ୍ଵବିଦ୍ୟାଳୟ ନେଇ ସତର୍କ କରାଇଲା ୟୁଜିସି । ଓଡ଼ିଶାରେ ନାହିଁ, ଦେଶରେ ରହିଛି ୨୦ଟି ନକଲି ବିଶ୍ବବିଦ୍ୟାଳୟ । କୌଣସି ବିଶ୍ବବିଦ୍ୟାଳୟରେ ନାମ ଲେଖାଇବା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ସତର୍କ ରହିବାକୁ ନୋଟିସ ଜାରି କରିଛି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି । ଓଡ଼ିଶାରେ କୌଣସି ନକଲି ଶିକ୍ଷାନୁଷ୍ଠାନ ନଥିବାବେଳେ ଦେଶରେ ୨୦ଟି ନକଲି ବିଶ୍ଵବିଦ୍ୟାଳୟ ରହିଥିବା ୟୁଜିସି ପ୍ରକାଶ କରିଛି । ଏହି ବିଶ୍ବବିଦ୍ୟାଳୟ ଗୁଡିକ ପାଖରେ ଡିଗ୍ରୀ ସାର୍ଟିଫିକେଟ ଦେବାକୁ କୌଣସି ଯୋଗ୍ୟତା ନାହିଁ । ଦିଲ୍ଲୀରେ ସର୍ବାଧିକ ୮ଟି ନକଲି ବିଶ୍ବବିଦ୍ୟାଳୟ ଥିବା ବେଳେ ଉତ୍ତରପ୍ରଦେଶରେ ୪ଟି, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶରେ ୨ଟି ଲେଖାଏଁ ବିଶ୍ବବିଦ୍ୟାଳୟ ରହିଛି । ପଣ୍ଡିଚେରୀ, ମହାରାଷ୍ଟ୍ର, କେରଳ ଓ କର୍ଣ୍ଣାଟକରେ ଗୋଟିଏ ଲେଖାଏଁ ନକଲି ବିଶ୍ବବିଦ୍ୟାଳୟ ରହିଛି ।
“The eyes believe themselves, the ears believe other people.”
More Stories
ବହୁ ଚେଷ୍ଟା ପରେ ବି ବଦଳେନାହିଁ ସ୍ବାମୀ ସ୍ତ୍ରୀଙ୍କର ଏହି ଗୁଣ
ଅତ୍ୟଧିକ ଜଙ୍କଫୁଡ୍ ଆଣିଥାଏ ଏହି ସବୁ ସମସ୍ୟା
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ