ଛତିଶଗଡ଼ ଦାନ୍ତେୱାଡାରେ ଆଇଇଡି ବିସ୍ଫୋରଣ । ସାତଧାର ବ୍ରିଜ ନିକଟରେ ହୋଇଥିବା ବିସ୍ଫୋରଣରେ ଦୁଇ ଜଣ ସିଆରପିଏଫ ଯବାନ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତ ଯବାନଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ସୂଚନା ଦେଇଛି ଦାନ୍ତେୱାଡା ପୋଲିସ। ଏହି ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିବାବେଳେ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି । ସାତଧାର ଅଞ୍ଚଳକୁ ପୋଷ୍ଟର ହଟାଇବା ପାଇଁ ଯବାନମାନେ ଯାଇଥିବା ସମୟରେ ନକ୍ସଲମାନେ ବିଛାଇଥିବା ଆଇଇଡି ବିସ୍ଫୋରଣ ହୋଇଥିଲା ।
More Stories
ମାସକରେ ଦୁଇଥର ବଢିଲା ସରକାରୀ କର୍ମଚାରୀ ମହଙ୍ଗା ଭତ୍ତା
ବାତ୍ୟା ଦାନା ପାଇଁ 14 ଜିଲ୍ଲାରେ ସ୍କୁଲ୍ ବନ୍ଦ
ମହିଳାଙ୍କୁ ଦେଖି ଉଲଗ୍ନ ହେଉଛି ଯୁବକ, ସିସିଟିଭିରେ କଏଦ୍ ଅସଭ୍ୟ କାଣ୍ଡ