ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିବେ ମାଆ ମହାଲକ୍ଷ୍ମୀ । ପ୍ରଭୁ ଶ୍ରୀ ଜଗନ୍ନାଥ ବଡ଼ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିବା ବେଳେ ଏଥିରେ ରାଗ ପରବସ ହୋଇଛନ୍ତି ମାଆ ଲକ୍ଷ୍ମୀ । ସନ୍ଧ୍ୟାଧୂପ ପରେ ମହାଲକ୍ଷ୍ମୀ ବିମାନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆସିବା ପରେ ପ୍ରଥମେ ନନ୍ଦିଘୋଷ ରଥ ନିକଟରେ ରହିଥାନ୍ତି । ସେଠାରେ ମହାଲକ୍ଷ୍ମୀଙ୍କୁ ମହାପ୍ରସାଦ ଲାଗି, ବନ୍ଦାପନା, ଚାମର ଆଲଟ ଆଦି ସହ ଦହି ପଟି ମଣୋହି ନୀତି ଅନୁଷ୍ଠିତ ହୋଇଥାଏ । ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କ ଗୋପନରେ ଶ୍ରୀଗୁଣ୍ଡିଚା ଯାତ୍ରା ଖବର ପାଇ ମହାପ୍ରଭୁ ବି ସଜେଇ ହୋଇଛନ୍ତି । ହେରାପଞ୍ଚମୀରେ ଭଣ୍ଡାର ଘରେ ବିଜେ ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ପାଳିଆ ମହାଜନ ସେବକ ମାଜଣା କରିବେ। ଏହା ପରେ ବନକଲାଗି, ପାଟ ଶାଢ଼ି, ଅଳଙ୍କାର ଆଭୂଷଣ ହୋଇ ପୂଜାପଣ୍ଡା ସେବକ ପନ୍ତି ଭୋଗ କରିବେ। ବଟବୃକ୍ଷ ତଳେ ବିଜେ ବିମାନରେ ବସି ମା’ ବଡ଼ଦାଣ୍ଡ ଦେଇ ଘଣ୍ଟ, ଛତା ପଟୁଆରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସାକ୍ଷାତ କରିବାକୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ। ହେରାପଞ୍ଚମୀ ନୀତି ନନ୍ଦିଘୋଷ ରଥ ପାଖରୁ ଆରମ୍ଭ ହୋଇ ନାକଚଣା ଦ୍ୱାର ନିକଟରେ ଶେଷ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍