ପତ୍ର ଭରିଲେ ଦ୍ରୌପଦୀ ମୁର୍ମୁ । ସଂସଦ ଭବନରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଭରିଛନ୍ତି । ବିଜେପି ଓ ଏନଡିଏ ନେତାଙ୍କ ଉପସ୍ଥିତିରେ ଶ୍ରୀମତୀ ମୁର୍ମୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହି ସମୟରେ ଓଡ଼ିଶାର ଦୁଇ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ପ୍ରସ୍ତାବକ ଭାବରେ ରହିଥିଲେ । ପ୍ରାର୍ଥିପତ୍ର ଦାଖଲ କରିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବିଜେପି ଶାସିତ ରାଜ୍ୟର ଏକାଧିକ ମୁଖ୍ୟମନ୍ତ୍ରୀମାନଙ୍କ ଠାରୁ ଆରମ୍ଭ କରି ବହୁ କେନ୍ଦ୍ରମନ୍ତ୍ରୀ ଓ ସହଯୋଗୀ ଦଳର ନେତାମାନେ ଉପସ୍ଥିତ ରହିଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା