ନୂଆରୂପ ପାଇଛି ଉତ୍କଳମଣିଙ୍କ ଜନ୍ମମାଟି । ଐତିହାସିକ ଗ୍ରାମରେ ରୂପାନ୍ତରିତ ହୋଇଛି ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋ । ସେଠାରେ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ଶିବ ମନ୍ଦିରକୁ ଯାଇ ପୂଜା କରିଥିଲେ ନବୀନ, ପରେ ଷଠିଘର ବୁଲିଥିଲେ । ଏବଂ ଶଏଷରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ନବୀନ । ଜନ୍ମମାଟିର ନବକଳେବର କରାଯାଇଥିବା ବେଳେ ଗ୍ରାମରେ ଗୋପବନ୍ଧୁଙ୍କ ସ୍ମୃତି ବହନ କରୁଥିବା ସବୁ ସ୍ଥାନର ବିକାଶ କରାଯାଇଛି । ୨୫ କୋଟି ଟଙ୍କା ବ୍ୟୟରେ ଗାଁର ବିକାଶ କରାଯାଇଥିବା ବେଳେ ପ୍ରକଳ୍ପ ଭିତରେ ରହିଛି ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ଗୋପବନ୍ଧୁଙ୍କ ସ୍ମୁତି ସଂଗ୍ରହାଳୟ, ସୂଚନା କେନ୍ଦ୍ର, ଆତିଥ୍ୟ କେନ୍ଦ୍ର, ଶିଶୁ ପାର୍କ, ଉତ୍କଳମଣିଙ୍କ ପ୍ରାୟ ୧୫ ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ଓ ଷଠିଘର ନିର୍ମାଣ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍