ଆଜି ପଦମପୁର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ଜିତାଇ ଥିବାରୁ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ । ଝାରବନ୍ଧ, ପାଇକମାଳ ଓ ପଦମପୁରରେ କରିବେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ । ଏଥିସହ ମିଶନ ଶକ୍ତି ଏସଏଚଜି ଗ୍ରୁପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ । ଦିନ ୧୧ଟାରେ ବରଗଡ଼ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ସାଢେ ୧୧ଟାରେ ଝାରବନ୍ଧ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ । ସାଢେ ୧୨ ଟାରେ ପାଇକମାଳ ଓ ଅପରାହ୍ନ ୩ ଟା ୫୫ରେ ପଦମପୁର କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ । ସେଠାରେ ସମାବେଶରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ । ଝାରବନ୍ଧ ବ୍ଲକର ଶକ୍ତି ଛକ ପଡିଆ, ପାଇକମାଳ ହାଇସ୍କୁଲ ପଡିଆ ଓ ପଦମପୁର ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ପଦମପୁର ବାସୀଙ୍କୁ ଧନ୍ୟବାଦ ଦେବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା