ଆଉନାହାନ୍ତି ସବୁଜ ବିପ୍ଲବର ଜନକ ଏମଏସ ସ୍ବାମୀନାଥନ । ୯୮ ବର୍ଷ ବୟସରେ ସ୍ବାମୀନାଥନଙ୍କ ପରଲୋକ ହୋଇଛି । ଜଣେ ଅନ୍ତର୍ଜାତୀୟ ସ୍ତରର କୃଷି ଅର୍ଥନୀତିଜ୍ଞ, କୃଷି ବିଜ୍ଞାନୀ ଓ ପ୍ଲାଣ୍ଟ ଜେନେଟିସିଷ୍ଟ ଭାବେ ଖ୍ୟାତି ଅର୍ଜନ କରିଥିଲେ ସ୍ବାମୀନାଥନ । ଗହମ ଓ ଧାନକୁ ଅଧିକ ଉତ୍ପାଦନକ୍ଷମ କରିବା ଦିଗରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଏମଏସ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ସେ ପ୍ରତିଷ୍ଠାତା ଥିଲେ । ଟାଇମ ମାଗାଜିନରେ ବିଂଶ ଶତାବ୍ଦୀର ସବୁଠାରୁ ପ୍ରଭାବଶାଳୀ ଏସୀୟଙ୍କ ତାଲିକାରେ ତାଙ୍କ ନାମ ସ୍ଥାନୀତ ହୋଇଥିଲା । ଜାତିସଂଘ ପରିବେଶ କାର୍ଯ୍ୟକ୍ରମ ବା ୟୁଏନଇପି ପକ୍ଷରୁ ତାଙ୍କୁ ଇକୋନୋମିକ ଇକୋଲୋଜିର ଜନକ ଭାବେ ଉପସ୍ଥାପିତ କରାଯାଇଥିଲା ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍