The Topmost

“The eyes believe themselves, the ears believe other people.”

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜି  ଦିନକ ପାଇଁ ଆପଣ ମାଗଣାରେ ବୁଲିପାରିବେ ଏଏସ୍ ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳ । ଓ୍ୱାଲର୍ଡ ହେରିଟେଜ୍ ଓ୍ୱିକ୍ ବା ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି । ଓଡ଼ିଶାରେ ମଧ୍ୟ ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳରେ ଆଜି ଟିକେଟ୍ ଫ୍ରି କରାଯାଇଛି । କୋଣାର୍କ ମନ୍ଦିର ସହ ରାଜାରାଣୀ ପରିଦର୍ଶନ ପାଇଁ ଆଜି ପର୍ଯ୍ୟଟକଙ୍କୁ  ଟିକେଟ୍ କରିବାକୁ ପଡ଼ିବନାହିଁ । ଏନେଇ ଏଏସ୍ଆଇ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ସେହିପରି ତାଜମହଲ ସମେତ ଦେଶରେ ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ପର୍ଯ୍ୟଟକମାନେ ବିନା ଟିକେଟରେ ଯାଇପାରିବେ। ତେବେ ତାଜମହଲରେ ଥିବା ମୁଖ୍ୟ କବର ପାଇଁ ପର୍ଯ୍ୟଟକଙ୍କୁ ଟିକେଟ୍ ଲାଗିବ ।