ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଂଚିଲା। ୮ ତାରିଖରେ ହେବ ଜାମିନ ଆବେଦନ ଶୁଣାଣି। ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ। ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କଂପ୍ଲେକ୍ସ ଭିତରେ ଘଟିଥିଲା ଘଟଣା। ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା । ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା