The Topmost

“The eyes believe themselves, the ears believe other people.”

ବଙ୍ଗୋପ ସାଗରରେ ବାତ୍ୟା ଭୟ

ବଙ୍ଗୋପ ସାଗରରେ ବାତ୍ୟା ଭୟ । ଦକ୍ଷିଣ ଆଣ୍ଡାମାନ ସାଗରରରେ ସୃଷ୍ଟ ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର – ପଶ୍ଚିମ ଦିଗରେ ଗତି କରୁଛି । ଭାରତୀୟ ପାଣିପାଗ ବିଭାଗର ଆାକଳନ ଅନୁସାରେ ଆଜି ଏହି ଅବପାତ ତୀବ୍ର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ସମୁଦ୍ର ଭିତରେ ଆାସନ୍ତା ୧ ତାରିଖ ବେଳକୁ ଏହା ଏକ ସାମୁଦ୍ରିକ ଝଡ଼ର ରୂପ ନେବାର ଅନୁମାନ କରାଯାଉଛି । ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ‘ମିଗଜାଉଂ’ ରଖାଯିବ । ମିଆାଁମାରର ପ୍ରସ୍ତାବ ଅନୁସାରେ ଏହି ବାତ୍ୟାର ନାମକରଣ ଏପରି କରାଯାଇଛି । ଆାଇଏମଡିର ଜିଏଫଏସ ମଡ଼େଲ ଅନୁସାରେ ବାତ୍ୟା ‘ମିଗଜାଉଂ’ ଆାହୁରି ଘନୀଭୂତ ହୋଇ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉତ୍ତର – ପଶ୍ଚିମ ଦିଗେର ଗତି କରିବ । ପରବର୍ତ୍ତୀ ସମୟରେ ଏହି ସିଷ୍ଟମ ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ମୁହାଁଇବାର ସମ୍ଭାବନା ରହିଛି  । ଡିସେମ୍ବର ୫ ତାରିଖ ବେଳକୁ ‘ମିଗଜାଉଂ’ ଉତ୍ତର ଆାନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ଜିଏଫଏସ ମଡ଼େଲ ଆାକଳନ କରିଛି । ସେହିପରି ଇସିଏମ ମଡେଲର ଆାକଳନ ଅନୁସାରେ ଏହି ସିଷ୍ଟମ ଡିସେମ୍ବର ୨ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ‘ମିଗଜାଉଂ’ ୬ ତାରିଖରେ ଉତ୍ତର ଆାନ୍ଧ୍ର ପ୍ରେଦଶ ଓ ଦକ୍ଷିଣ ଓଡ଼ିଶା ମୁହାଁ ହେବାର ସମ୍ଭାବନା ରହିଛି । ତେବେ ଏହି ସବୁ ମଡ଼େଲକୁ ତର୍ଜମା କରି ଭାରତୀୟ ପାଣିପାଗ ବିଭାଗ ଆସନ୍ତା ୧ ତାରିଖ ବେଳକୁ ଦକ୍ଷିଣ – ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ମିଗଜାଉଂ’ ସୃଷ୍ଟି ହେବ ବୋଲି ଆାକଳନ କରିଛି ।