ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ । ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ରରୁ ଅନୁମୋଦନ ମିଳିଛି । ଯାହା ଫଳରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସେପ୍ଟେମ୍ବର ୧ରୁ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ୨୮ ଫେବ୍ରୁଆରୀ ୨୦୨୩ ପର୍ଯ୍ୟନ୍ତ ନିଜ ପଦରେ ରହିବେ ସୁରେଶ । ପୂର୍ବରୁ ମଧ୍ୟ ସୁରେଶ ମହାପାତ୍ରଙ୍କର ୬ ମାସ କାର୍ଯ୍ୟକାଳ ବଢ଼ିଥିଲା । ୨୦୨୨ ଫେବ୍ରୁଆରୀରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା । କିନ୍ତୁ ପ୍ରଥମ ଦଫାରେ ୬ ମାସ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା