ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ । ନୂଆ ଲୁକ୍ ଓ ନୂଆ ରଙ୍ଗର ପୋଷାକରେ ସ୍କୁଲକୁ ଆସିବେ ଛାତ୍ରଛାତ୍ରୀ । ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ଛାତ୍ରଛାତ୍ରୀଙ୍କ ପ୍ରତି ଏହା ଲାଗୁ ହେବ । ହଂଟର ଗ୍ରୀନ୍ ରଙ୍ଗର ପୋଷାକ ପିନ୍ଧିବେ ଛାତ୍ରଛାତ୍ରୀ । ଛାତ୍ରଙ୍କ ପାଇଁ ଫୁଲ ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ ଲାଗି ଚୁଡିଦାର-ପଞ୍ଜାବୀ ସହ ଜ୍ୟାକେଟ୍ ପୋଷାକ ରହିଛି । ଡ୍ରେସରେ ଏକ ଲୋଗୋ ‘ଆମେ ଗଢିବୁ ନୂଆ ଓଡ଼ିଶା’ ରହିବ । ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ । ଶନିବାର ଛାତ୍ରଛାତ୍ରୀ ଟି-ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ । ଛାତ୍ରଛାତ୍ରୀଙ୍କ ପାଇଁ ଜୋତା ଓ ଧଳା ମୋଜା ବାଧ୍ୟତାମୂଳକ ହୋଇଛି । ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ଏହାକୁ ବଣ୍ଟନ କରାଯିବ । ଆସନ୍ତା ଅଗଷ୍ଟ ୧୫ରେ ସ୍କୁଲରେ ନୂଆ ୟୁନିଫର୍ମ ବଣ୍ଟନ ହେବ । ଏଥିପାଇଁ ସରକାର ଜଣେ ପିଲା ପିଛା ୧ ହଜାର ଟଙ୍କା ବହନ କରିବେ । ଏଥିରେ ଛାତ୍ରଛାତ୍ରୀଙ୍କୁ ୨ ହଳ ୟୁନଫର୍ମ, ହଳେ ଟି ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ, ହଳେ ଜୋତା, ୨ ହଳ ମୋଜା ସହ ଟୋପି ଦିଆଯିବ । ଦୁଇ ହଳ ୟୁନିଫର୍ମ ପାଇଁ ୫୫୦ ଟଙ୍କା, ଗୋଟିଏ ହଳ ଜୋତା ଓ ୨ ହଳ ମୋଜା ପାଇଁ ୨ ଶହ ଟଙ୍କା, ଟି-ସାର୍ଟ ପାଇଁ ୧୨୫ ଟଙ୍କା, ଟ୍ରାକ୍ ପ୍ୟାଣ୍ଟ ପାଇଁ ୧୨୫ ଟଙ୍କା ଖର୍ଚ୍ଚ ହେବ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା