ବଦଳିଲେ ଦକ୍ଷିଣ ପୂର୍ବ ରେଲଓ୍ବେ ଜେନେରାଲ ମ୍ୟାନେଜର । ବାହାନଗା ଟ୍ରେନ୍ ଦୁର୍ଘଟଣାରେ କାର୍ଯ୍ୟାନୁଷ୍ଠାନ । ବଦଳିଲେ ଦକ୍ଷିଣ ପୂର୍ବ ରେଲଓ୍ବେ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀ । ତାଙ୍କ ସ୍ଥାନରେ ଅନୀଲ କୁମାର ମିଶ୍ରଙ୍କୁ ନୂଆ ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତି ଦିଆଯାଇଛି । ଏ ନେଇ ସିବିଆଇର ତଦନ୍ତ ଜାରି ରହିଛି । ବାଲେଶ୍ବର ଜିଲ୍ଲା ସୋର କୁଅଁରପୁରରେ ଥିବା ସିଗନାଲ ଜେଇଙ୍କ ଭଡ଼ାଘର ସିଲ୍ କରି ତଦନ୍ତ କରିଥିଲା ସିବିଆଇ । ସିବିଆଇର ପାଞ୍ଚ ଜଣିଆ ଟିମ୍ ତଦନ୍ତ କରୁଥିଲେ । ସିଗନାଲ ଜେଇଙ୍କ ପଡ଼ୋଶୀଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା । ଗତ ଜୁନ ଦୁଇ ତାରିଖରେ ଘଟିଥିଲା ବାହାନଗା ମର୍ମନ୍ତୁଦ ରେଳ ଦୁର୍ଘଟଣା । ଏଥିରେ ଅନେକଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାରେରୁ ଅଧିକ ଆହତ ହୋଇଥିଲେ ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା