ବହୁଚର୍ଚ୍ଚିତ ଏସିଏଫ ସୌମ୍ୟ ମହାପାତ୍ର ମୃତ୍ୟୁ ମାମଲା । ଘଟଣାରେ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଓ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ନୋଟିସ୍ ଜାରି କଲେ କୋର୍ଟ । ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ ଉଭୟଙ୍କୁ ନୋଟିସ୍ ଜାରି କରିଛନ୍ତି । ରୋଷେୟାଙ୍କୁ ମଧ୍ୟ ନୋଟିସ୍ ଜାରି କରାଯାଇଛି । ମୃତ ସୌମ୍ୟଙ୍କ ପିତା ଅଭିରାମ ମହାପାତ୍ର ପାରଳାଖେମୁଣ୍ଡି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସେ ଏଥିରେ ଦର୍ଶାଇଥିଲେ ଯେ, ପୁଅ ସୌମ୍ୟ ଆତ୍ମହତ୍ୟା କରିନାହାନ୍ତି ବରଂ ଏହା ପଛରେ ହତ୍ୟା ଷଡ଼ଯନ୍ତ୍ର ରହିଛି । ଏହି ଆବେଦନର ଶୁଣାଣି କରି କୋର୍ଟ ବିଦ୍ୟାଭାରତୀ ଓ ଡିଏଫଓଙ୍କୁ ନୋଟିସ୍ ଜାରି କରିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା