ଏଣିକି ଗାଁରେ ଗଡିବ ମୋ ବସ । ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ପରିବହନର ସୁବିଧା ପାଇଁ ମୋ ବସ୍ ଚଳାଚଳ କରିବ। ବ୍ଲକରୁ ପ୍ରତି ପଞ୍ଚାୟତକୁ ମୋ ବସ୍ ଚାଲିବ । ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ଟି ଜିଲ୍ଲାକୁ ହାତକୁ ନିଆଯାଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି,କଳାହାଣ୍ଡି ଓ ଗଜପତି ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ସାମିଲ କରାଯାଇଛି । ପରବର୍ତ୍ତୀ ସମୟରେ ରାଜ୍ୟର ସମସ୍ତ ପଞ୍ଚାୟତକୁ ମୋ ବସ ଚାଲିବ ବୋଲି ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍