୨୦ ବର୍ଷ ତଳେ ଧୋକା ଦେଇଥିବା ପାକିସ୍ତାନର ଯୋଜନାକୁ ଆଜିର ଦିନରେ ପଣ୍ଡ କରିଥିଲେ ଭାରତୀୟ ସେନା । ପୁଣି ଥରେ କାର୍ଗିଲ ସେକ୍ଟରରେ ଉଡ଼ିଥିଲା ତ୍ରିରଙ୍ଗା । କାରଗିଲ ପାହାଡ ଉପରେ ଉଡୁଥିବା ଏହି ତ୍ରିରଙ୍ଗା ଦେଶ ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ପରାକ୍ରମର ଗାଥା ବଖାଣୁଛି । ସେଦିନର ସେହି ବିଜୟକୁ ମନେ ପକାଇ ଆଜି ଦେଶ ପାଳନ କରୁଛି କାର୍ଗିଲ୍ ବିଜୟ ଦିବସ । ଆଜିର ଦିନରେ ଭାରତୀୟ ଜବାନମାନେ ପାକିସ୍ତାନୀ ସେନାକୁ ମାତ୍ ଦେବା ସହ ଅପରେସନ ବିଜୟର ଶଙ୍ଖନାଦ କରିଥିଲେ । କିନ୍ତୁ ଯୁଦ୍ଧରେ ୫୨୭ ଜବାନ ସେମାନଙ୍କ ପ୍ରାଣର ଆହୁତି ଦେଇଥିଲେ । ଆଉ ସାରା ଦେଶକୁ ଏକ ଆସନ୍ନ ବିପଦ ମୁହଁରୁ ରକ୍ଷା କରିଥିଲେ । ଏହି ଅବସରରେ କାଶ୍ମୀରର ଡ୍ରାସଠାରେ ଥିବା କାରଗିଲ ୱାର ମେମୋରିଆଲରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ