() ଭବାନୀପାଟଣାରୁ ବିଜୟଓ୍ବାଡା ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ବସ୍ । ଆନ୍ଧ୍ର ସୀମାନ୍ତ ଚିନ୍ତୁର ଥାନା ବୋଡୁଗୁଦେମ୍ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇ ଥିବାବେଳେ ୪୦ ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଅଛନ୍ତି । ମୃତକ ମାନେ ହେଲେ ଗଣେଶ୍ବର ଦଳପତି, ଜିତୁ ହରିଜନ ଓ ସୁନେନ ହରିଜନ । ତେବେ ଅନ୍ୟ ୨ ଜଣଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ଖବର ଶୁଣି ଗଭୀର ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା