ଭୁବନେଶ୍ବରରୁ ଦୁବାଇକୁ ଓଡ଼ିଶାର ଲମ୍ବା ଲମ୍ଫ । ମେ’ ୧୫ରୁ ଭୁବନେଶ୍ୱରରୁ ଦୁବାଇକୁ ଡାଇରେକ୍ଟ ବିମାନ । ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଶାକୁ ଭେଟି ସ୍ବରୂପ ଆଜିଠୁ ଟିକେଟ ବୁକିଂ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଆନ୍ତର୍ଜାତିକ ବିମାନ ଉଡ଼ାଣରେ ଏହା ପ୍ରଥମ ପାହଚ ରୂପେ ସ୍ବୀକୃତି ପାଇବ । ଭୁବନେଶ୍ୱରରୁ ପୂର୍ବରୁ ମଧ୍ୟ ଆନ୍ତର୍ଜାତିକ ବିମାନ ଉଡ଼ାଣ ହୋଇଛି । ହେଲେ ଦୁବାଇକୁ ସିଧା ବିମାନ ଉଡ଼ାଣରେ ଏହା ହେବ ପ୍ରଥମ ଫ୍ଲାଇଟ । ବିଦେଶରେ ରହୁଥିବା ଓଡ଼ିଆଙ୍କୁ ଏକାଠି କରିବ ଏହି ବିମାନ ସେବା ବୋଲି ମୁଖ୍ୟମନ୍ତ୍ରୀ ଏହାର ଉଡାଣ ନେଇ ତତ୍ପର ପ୍ରକାଶ କରିଥିଲେ । ଓଡ଼ିଶାକୁ ଅଧିକ ବ୍ୟବସାୟ ଓ ପୁଞ୍ଜି ନିବେଶର ସୁଯୋଗ ମଧ୍ୟ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା