ଚୀନର ଇନଚୁଆନ ପ୍ରାନ୍ତରେ ଥିବା ରେଷ୍ଟୁରାଷ୍ଟରେ ଅଘଟଣ । ରେଷ୍ଟୁରାଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ୩୧ଜଣଙ୍କ ମୃତ୍ୟୁ । ରେଷ୍ଟୁରାଣ୍ଟ ଭିତରେ ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ ନିଆଁ ଲାଗିଯାଇଥିଲା । ଏଥିରେ ୩୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରେଷ୍ଟୁରାଣ୍ଟରୁ ନିଆଁ ବ୍ୟାପି ଆଖପାଖ ଦୋକାନ ମଧ୍ୟ ଜଳିଯାଇଥିବା ଜଣାପଡ଼ିଛି । ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀର ଏକାଧିକ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା । ୩୮ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ