ଏଆଇସିସିର ବଡ଼ ଆକ୍ସନ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ । ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏହି ଦୁଇ ନେତାଙ୍କୁ ସସପେଣ୍ଡ କରିଛି AICC । ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟ ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ତେବେ ଜାରି ହୋଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ଏହି ଦୁଇ ନେତା ଏଆଇସିସିକୁ ଦେଇଥିଲେ । କିନ୍ତୁ ଏହି ଦୁଇ ନେତାଙ୍କ ଉତ୍ତରରେ ସନ୍ତୁଷ୍ଟ ନଥିଲା ଏଆଇସିସି । ତେଣୁ ଉଭୟ ନେତାଙ୍କୁ ଆଜି ଏଆଇସିସି ଶୃଙ୍ଖଳା କମିଟି କଂଗ୍ରେସରୁ ସସପେଣ୍ଡ କରିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା