ଓଡ଼ିଶା ଶିଳ୍ପ ଜଗତରେ ସୃଷ୍ଟି ହେବ ନୂତନ ଅଧ୍ୟାୟ । ଭୁବନେଶ୍ବରରେ ଲାଗିବ ଦେଶ ବିଦେଶର ପ୍ରମୁଖ ଶିଳ୍ପପତିଙ୍କ ଭିଡ଼ । ଆଜିଠୁ ଜନତା ମୈଦାନରେ ପୁଞ୍ଜି ନିବେଶର ମହାକୁମ୍ଭ ମେକ-ଇନ୍-ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ । ସନ୍ଧ୍ୟାରେ କନକ୍ଲେଭର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ ଦିନିଆ ମେଗା ବିଜନେସ୍ ସମିଟରେ ଯୋଗଦେବା ପାଇଁ ଏବେ ସୁଦ୍ଧା ୧୧ହଜାରରୁ ଅଧିକ ପଞ୍ଜୀକରଣ ହୋଇଛି । ମୋଟ୍ ୩୮ଟି ଇଭେଣ୍ଟରେ ୧୨୪ଜଣ ବକ୍ତା ଯୋଗଦେବେ । ପାରମ୍ପରିକ ଶିଳ୍ପ ବ୍ୟତୀତ ନୂଆ ନୂଆ କ୍ଷେତ୍ରରେ ବଡ଼ ନିବେଶ ପାଇଁ ଏଥର ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା