ଦ୍ରୌପଦୀ ମୁର୍ମୁଙ୍କୁ କ୍ରସ ଭୋଟିଂ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ଦୁଇ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି । ସେପଟେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଭୋଟ ଦେବା ପ୍ରସଙ୍ଗରେ ପୁଣିଥରେ ପ୍ରତିକ୍ରିୟା ରଖଛନ୍ତି ବାରବାଟୀ କଟକର କଂଗ୍ରେସ ବିଧାୟକ ମହମ୍ମଦ ମୋକିମ । ସେ ଆଜି ପୁଣିଥରେ ପୁରୁଣା କଥାକୁ ଦୋହରାଇଛନ୍ତି । ସେ କହିଛନ୍ତି ଦଳୀୟ ନିଷ୍ପତ୍ତି ବିରୋଧରେ ଯାଇ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେବା ପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବାର ମଧ୍ୟ ଆଶଙ୍କା ରହିଛି । ତେବେ ମୋକିମ କହିଛନ୍ତି ଯଦି ସେପରି ହୁଏ, ତାହାଲେ ସେ ଦଳୀୟ ଫୋରମ୍ ରେ ତାର ଉତ୍ତର ରଖିବେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ