ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣରେ ରହିବନି ସମସ୍ୟା । ଡ୍ରାଇଭରଙ୍କ ଆନ୍ଦୋଳନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଠନ କରିଛନ୍ତି ଟାସ୍କ ଫୋର୍ସ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ କରାଯାଇଛି । ଏଥିରେ ପୋଲିସ ଡିଜି, ଉନ୍ନୟନ କମିଶନର, ପରିବହନ ସଚିବ, ଯୋଗାଣ ସଚିବ ସଦସ୍ୟ ରହିଛନ୍ତି । ଟାସ୍କ ଫୋର୍ସ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଉପରେ ନଜର ରଖିବ । ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ଯେପରି କୌଣସି ସମସ୍ୟା ନହୁଏ ସେଥିପ୍ରତି ଦୃଷ୍ଟି ଦିଆଯିବ । ଏଥିପାଇଁ ୩ଟି କଣ୍ଟ୍ରୋଲ ରୁମ୍ କାମ କରିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା