ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ । ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଅଦଳବଦଳ କରାଯାଇଛି । ନୂଆ ବିଜ୍ଞପ୍ତି ଅନୁଯାୟୀ, ୧୯୯୩ ବ୍ୟାଚ ଆଇଏଏସ ଅଫିସର ତଥା ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଦେଓ ରଞ୍ଜନ ସିଂଙ୍କୁ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ଦେଓରଞ୍ଜନ ଓଡିଶା ମାଇନିଂ କର୍ପୋରେସନର ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ ଓ ଓଏମସିଏଲର ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ । ପୂର୍ବରୁ ଅବକାରୀ ବିଭାଗର ସଚିବ ଭାବେ ଦାୟିତ୍ୱ ତୁଲାଉଥିଲେ ସୁଶୀଲ ଲୋହାନୀ । ସେହିଭଳି ୧୯୯୫ ବ୍ୟାଚର ଆଇଏଏସ ଅଫିସର ସୁଶୀଲ କୁମାର ଲୋହାନୀ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏହାସହ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱରେ ମଧ୍ୟ ରହିବେ ଲୋହାନୀ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା