August 10, 2025

ରାଜ୍ୟବ୍ୟାପୀ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ପ୍ରକ୍ରିୟା 

ରାଜ୍ୟବ୍ୟାପୀ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ପାଇଁ ପ୍ରକ୍ରିୟା ଆରମ୍ଭ । ଆସନ୍ତାବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ-୨୦୨୪କୁ ଆଖି ଆଗରେ ରଖି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟବ୍ୟାପୀ ୩୭, ୬୦୬ ଜଣ ବୁଥ୍‌‌ସ୍ତରୀୟ ଅଧିକାରୀମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଜୁଲାଇ ୨୧ ତାରିଖରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଘରକୁ ଘର ବୁଲି ନିର୍ଭୁଲ ତଥ୍ୟ ସଂଗ୍ରହ ଚାଲିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ୩୦ଟି ଜିଲ୍ଲାରେ ଥିବା ୧୪୭ଟି ବିଧାନସଭା ନିର୍ବାଚନମଣ୍ଡଳୀର ବୁଥ୍‌‌ସ୍ତରୀୟ ଅଧିକାରୀମାନେ ଘରକୁ ଘର ବୁଲି ଭୋଟର ତାଲିକାରେ ଥିବା ତଥ୍ୟଗୁଡ଼ିକର ତନଖି କରିବେ । ଏହାସହ ତାଲିକାରୁ ବାଦ ପଡ଼ିଥିବା ଯୋଗ୍ୟ ବ୍ୟକ୍ତିଙ୍କ ନାମ ଯୋଗ କରିବେ । ବୁଥ୍‌‌ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ଚାଲୁ ରହିଥିବା ଘରକୁ ଘର ସର୍ବେକ୍ଷଣରେ ରାଜ୍ୟର ନାଗରିକମାନେ ଅଂଶଗ୍ରହଣ କରିବା ସହ ତଥ୍ୟ ସଂଗ୍ରହକାରୀ ଅଧିକାରୀମାନଙ୍କୁ ସହଯୋଗ କରି ସଠିକ ତଥ୍ୟ ପ୍ରଦାନ କରିବା ସହ ଗଣତନ୍ତ୍ରକୁ ସୁଦୃଢ଼ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ନାଗରିକମାନଙ୍କୁ ନିବେଦନ କରିଛନ୍ତି ।

SHARE BY